ଯାତ୍ରା ପୁସ୍ତକ 28

ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।

Exodus 28:3 (UKJV) And you shall speak unto all that are wise hearted, whom I have filled with the spirit of wisdom, that they may make Aaron's garments to consecrate him, that he may minister unto me in the priest's office.

1ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।

2ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।

3ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।

4ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।

5ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.