ଯାତ୍ରା ପୁସ୍ତକ 28

ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍‍ ଓ ତୁମ୍ମୀମ୍‍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।

Exodus 28:30 (UKJV) And you shall put in the breastplate of judgment the Urim and the Thummim; and they shall be upon Aaron's heart, when he goes in before the LORD: and Aaron shall bear the judgment of the children of Israel upon his heart before the LORD continually.

28ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।

29ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।

30ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍‍ ଓ ତୁମ୍ମୀମ୍‍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।

31ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କରିବ।

32ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.