33ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।
34ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
35ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।
36ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।
37ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।