ଯାତ୍ରା ପୁସ୍ତକ 28

ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।

Exodus 28:37 (UKJV) And you shall put it on a blue lace, that it may be upon the turban; upon the forefront of the turban it shall be.

35ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।

36ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।

37ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।

38ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।

39ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚି କର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.