38ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
39ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚି କର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।
40ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।
41ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।
42ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।