39ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚି କର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।
40ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।
41ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।
42ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।
43ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।