ଯାତ୍ରା ପୁସ୍ତକ 28

ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।

Exodus 28:7 (UKJV) It shall have the two shoulder pieces thereof joined at the two edges thereof; and so it shall be joined together.

5ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।

6ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କରିବେ।

7ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।

8ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍‍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।

9ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.