1ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,
2ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।
3ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।