ଯାତ୍ରା ପୁସ୍ତକ 29

ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।

Exodus 29:14 (UKJV) But the flesh of the bullock, and his skin, and his dung, shall you burn with fire without the camp: it is a sin offering.

12ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।

13ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।

14ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।

15ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।

16ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.