13ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।
14ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।
15ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
16ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।
17ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।