22ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।
23ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ
24ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।
25ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
26ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।