26ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।
27ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।
28ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ।
29ପୁଣି, ହାରୋଣର (ମୃତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ।
30ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।