ଯାତ୍ରା ପୁସ୍ତକ 29

ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।

Exodus 29:32 (UKJV) And Aaron and his sons shall eat the flesh of the ram, and the bread that is in the basket by the door of the tabernacle of the congregation.

30ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।

31ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,

32ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।

33ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।

34ଆଉ ସେହି ପଦନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍‍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.