31ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,
32ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।
33ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।
34ଆଉ ସେହି ପଦନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।
35ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ।