34ଆଉ ସେହି ପଦନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।
35ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ।
36ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତିଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।
37ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
38ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,