37ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
38ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,
39ଅର୍ଥାତ୍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ୱିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ।
40ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।
41ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।