2ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।
3ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।
4ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।
5ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।
6ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।