ଯାତ୍ରା ପୁସ୍ତକ 29

ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।

Exodus 29:40 (UKJV) And with the one lamb a tenth deal of flour mingled with the fourth part of an hin of beaten oil; and the fourth part of an hin of wine for a drink offering.

38ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,

39ଅର୍ଥାତ୍‍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ୱିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ।

40ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।

41ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।

42ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.