42ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।
43ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ।
44ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।
45ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
46ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।