5ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।
6ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।
7ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।
8ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।
9ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।