ଯାତ୍ରା ପୁସ୍ତକ 29

ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।

Exodus 29:8 (UKJV) And you shall bring his sons, and put coats upon them.

6ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।

7ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।

8ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।

9ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।

10ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.