ଯାତ୍ରା ପୁସ୍ତକ 3

ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’

Exodus 3:15 (UKJV) And God said moreover unto Moses, Thus shall you say unto the children of Israel, the LORD God of your fathers, the God of Abraham, the God of Isaac, and the God of Jacob, has sent me unto you: this is my name for ever, and this is my memorial unto all generations.

13ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?”

14ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’”

15ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’

16ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‌ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।

17ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.