ଯାତ୍ରା ପୁସ୍ତକ 3

ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।

Exodus 3:2 (UKJV) And the angel of the LORD appeared unto him in a flame of fire out of the midst of a bush: and he looked, and, behold, the bush burned with fire, and the bush was not consumed.

1ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।

2ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।

3ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”

4ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.