18ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’
19ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।
20ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
21ଆଉ ଆମ୍ଭେ ମିସରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;
22ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”