3ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”
4ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
5ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”
6ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
7ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।