ଯାତ୍ରା ପୁସ୍ତକ 3

ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।

Exodus 3:6 (UKJV) Moreover he said, I am the God of your father, the God of Abraham, the God of Isaac, and the God of Jacob. And Moses hid his face; for he was afraid to look upon God.

4ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”

5ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”

6ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।

7ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।

8ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.