7ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
8ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।
9ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।
10ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”
11ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?”