1“ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍ କାଷ୍ଠର ଏକ ବେଦି ନିର୍ମାଣ କରିବ।
2ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।
3ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।