8ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।
9ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।
10ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”
11ଆଉ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
12“ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।