10ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”
11ଆଉ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
12“ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।
13ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
14କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ।