12“ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।
13ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
14କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ।
15ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।
16ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”