16ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
17ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
18“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
19ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ।
20ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,