ଯାତ୍ରା ପୁସ୍ତକ 30

ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

Exodus 30:22 (UKJV) Moreover the LORD spoke unto Moses, saying,

20ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍‍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,

21ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”

22ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

23“ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚ ଶହ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍‍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,

24ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍‍ ଓ ଏକ ହିନ୍‍ ଜୀତ ତୈଳ ସଂଗ୍ରହ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.