22ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
23“ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚ ଶହ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,
24ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍ ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ।
25ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
26ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ,