24ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍ ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ।
25ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
26ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ,
27ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,
28ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।