29ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
30ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।
31ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
32ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
33ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”