31ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
32ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
33ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
34ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
35ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।