ଯାତ୍ରା ପୁସ୍ତକ 30

ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।

Exodus 30:36 (UKJV) And you shall beat some of it very small, and put of it before the testimony in the tabernacle of the congregation, where I will meet with you: it shall be unto you most holy.

34ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍‍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।

35ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।

36ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।

37ପୁଣି, ତୁମ୍ଭେ ଯେଉଁ ସୁଗନ୍ଧି ଧୂପ କରିବ, ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆପଣାମାନଙ୍କ ନିମନ୍ତେ କର ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।

38ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.