4ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।
5ସେହି ସାଙ୍ଗୀ ଶିଟୀମ୍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।
6ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।
7ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।
8ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।