ଯାତ୍ରା ପୁସ୍ତକ 30

ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।

Exodus 30:7 (UKJV) And Aaron shall burn thereon sweet incense every morning: when he dresses the lamps, he shall burn incense upon it.

5ସେହି ସାଙ୍ଗୀ ଶିଟୀମ୍‍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।

6ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।

7ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।

8ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।

9ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.