11ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”
12ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
13“ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ‘ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମବାର ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।
14ଏଣୁ ତୁମ୍ଭେମାନେ ବିଶ୍ରାମବାର ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେକୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
15ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମବାର ଅଟେ; ସେହି ବିଶ୍ରାମବାରରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।