14ଏଣୁ ତୁମ୍ଭେମାନେ ବିଶ୍ରାମବାର ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେକୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
15ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମବାର ଅଟେ; ସେହି ବିଶ୍ରାମବାରରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।
16ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମବାର ପାଳନ କରିବେ।
17ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।’”
18ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।