3ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି
4ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ
5ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।
6ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।
7ଅର୍ଥାତ୍, ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,