5ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।
6ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।
7ଅର୍ଥାତ୍, ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,
8ଆଉ ମେଜ, ତହିଁର ପାତ୍ରାଦି, ନିର୍ମଳ ସ୍ୱର୍ଣ୍ଣ ଦୀପବୃକ୍ଷ, ତହିଁର ସମସ୍ତ ପାତ୍ର, ଧୂପବେଦି,
9ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,