ଯାତ୍ରା ପୁସ୍ତକ 32

ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।

Exodus 32:15 (UKJV) And Moses turned, and went down from the mount, and the two tables of the testimony were in his hand: the tables were written on both their sides; on the one side and on the other were they written.

13ଆପଣା ଦାସ ଅବ୍ରହାମ ଓ ଇସ୍‌ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ‘ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।’”

14ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।

15ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।

16ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।

17ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.