ଯାତ୍ରା ପୁସ୍ତକ 32

ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।

Exodus 32:16 (UKJV) And the tables were the work of God, and the writing was the writing of God, graven upon the tables.

14ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।

15ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।

16ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।

17ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।”

18ତହିଁରେ ସେ କହିଲେ, “ଏହା ଜୟଧ୍ୱନିର ଶବ୍ଦ ନୁହେଁ, କିଅବା ପରାଜୟ ସ୍ୱରର ଶବ୍ଦ ନୁହେଁ, ମାତ୍ର ମୁଁ ଗାୟନର ଶବ୍ଦ ଶୁଣୁଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.