ଯାତ୍ରା ପୁସ୍ତକ 32

ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”

Exodus 32:21 (UKJV) And Moses said unto Aaron, What did this people unto you, that you have brought so great a sin upon them?

19ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।

20ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ-ସନ୍ତାନଗଣକୁ ପିଆଇଲେ।

21ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”

22ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।

23ଏମାନେ ମୋତେ କହିଲେ, ‘ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହୋଇଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.