26ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋʼ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।
27ତହୁଁ ସେ ସେମାନଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଜଙ୍ଘରେ ଖଡ୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଏକ ଦ୍ୱାରରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଗତାୟାତ କର, ପ୍ରତି ଜଣ ଆପଣା ଆପଣା ଭାଇ, ମିତ୍ର ଓ ପ୍ରତିବାସୀକୁ ବଧ କର।’”
28ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।
29ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”
30ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”