27ତହୁଁ ସେ ସେମାନଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଜଙ୍ଘରେ ଖଡ୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଏକ ଦ୍ୱାରରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଗତାୟାତ କର, ପ୍ରତି ଜଣ ଆପଣା ଆପଣା ଭାଇ, ମିତ୍ର ଓ ପ୍ରତିବାସୀକୁ ବଧ କର।’”
28ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।
29ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”
30ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”
31ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।