1ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”
2ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋʼ ପାଖକୁ ଆଣ।”
3ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।
4ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
5ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, “ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ,” ଏହା ଘୋଷଣା କରାଇଲେ।